• Thu. Oct 15th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ ।

Bymamatanews

Oct 2, 2026
Spread the love

ଅନୁଗୋଳ,(୦୨/୧୦/୨୦୨୬) : ସତ୍ୟ ଓ ଅହିଂସାର ପୂଜାରୀ ୧୫୭ତମ ଜୟନ୍ତୀ ଓ ଶାନ୍ତିର ଦୃତ ଲାଲବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜନ୍ମ ଜୟନ୍ତୀ
ଆଜି ପୂର୍ବାହ୍ନରେ ସ୍ଥାନୀୟ ଗାନ୍ଧୀ ପାର୍କ ଠାରେ ପାଳିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଉପ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜନ ପ୍ରତିନିଧି , ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବୁଦ୍ଧିଜୀବୀ ପ୍ରମୁଖ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତି ଓ ଶାନ୍ତିର ଦୃତ ଲାଲବାହାଦୁର ଶାସ୍ତ୍ରୀଙ୍କର ଫଟୋଚିତ୍ରରେ ର ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ ।

ସ୍ବଚ୍ଛତା ଓ ସେବାର ପ୍ରତୀକ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ। ଅବସରପ୍ରାପ୍ତ ସଭାପତି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ, ଡାଃ ଧରଣୀଧର ନାଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ମହାତ୍ମାଗାନ୍ଧୀଙ୍କ ଅହିଂସା ନୀତି ଆଦର୍ଶର ବିଭିନ୍ନ ଦିଗ ପ୍ରତି ଆଲୋକପାତ କରିଥିଲେ । ଆୟୋଜିତ ସର୍ବଧର୍ମ ପ୍ରାର୍ଥନା ସଭାରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ. କୁଳମଣୀ ନାୟକ ଓ ବାଜିରାଉତ ଛାତ୍ରାବାସର ଛାତ୍ରୀମାନେ ଗୀତା ପାଠ କରିଥିବାବେଳେ ରେଭରେଣ୍ଟ ଯୋଶିୟ କାଊରୀ ବାଇବେଲ ପାଠ କରିଥିଲେ ।

ମୌଲାନା ମହମ୍ମଦ ଲିୟାକତ କୋରାନ ପାଠ କରିଥିଲେ । ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ବିଦ୍ୟାଳୟ ସ୍ତରରେ ଆୟୋଜିତ ହୋଇଥିବା ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ପ୍ରତ୍ୟୁଷରେ ସହରରେ ରାମଧୁନ ରେକର୍ଡ ବଜାଯାଇ ସହର ପରିକ୍ରମା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସ୍ଵେଚ୍ଛାସେବୀ, ବୁଦ୍ଧିଜୀବୀ, ଗାନ୍ଧୀପ୍ରେମୀ, ବିଶିଷ୍ଟ ବ୍ୟକ୍ତି ଓ ଗଣମାଧ୍ୟମର ପ୍ରତିନିଧୂ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ସନମ୍ ସ୍ମିତା ସାହୁ ପରିଚାଳନା କରିଥିବାବେଳେ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!