• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ ପାଳନ

Bymamatanews

Feb 4, 2025
Spread the love


କଟକ (୦୪.୦୨.୨୦୨୫) ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋରାକବରସ୍ଥିତ ମଧୁବାବୁଙ୍କ ସମାଧିପୀଠଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

ଏଥସହିତ ଜିଲ୍ଲାପାଳ ଗୋରାକବରଠାରେ ମଧୁବାବୁଙ୍କ ନବନିର୍ମିତ ବ୍ରୋଞ୍ଜ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ମଧୁସୂଦନ ପାର୍କ ଓ କ୍ୟାଣ୍ଟନମେଣ୍ଟ ରୋଡଠାରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଭବାନୀ ଶଙ୍କର ଭୂୟାଁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *