ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ କେତେକ ପ୍ରସ୍ତାବ ରଖିଥିଲେ।

ଓଡିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ- ରାଜ୍ୟରେ ଅଧିକ ସଂଖ୍ୟକ ହିନ୍ଦି ଶିକ୍ଷକ ସୃଷ୍ଟି କରିବା ଏବଂ ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
