ଜିଲ୍ଲା ସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ଉତ୍ସବ ଅନୁଷ୍ଠିତ

ଜଗତସିଂହପୁର ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲାସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ୨୦୨୩-୨୪ ଉତ୍ସବ ତଥା ବିଶ୍ଵ ସୁନାମି ସଚେତନତା କାର୍ଯ୍ୟକ୍ରମ ୨୦୨୪ ମହା ସମାରୋହରେ ପାଳିତ ହୋଇଯାଇଅଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନିରଞ୍ଜନ ବେହେରାଙ୍କ ଅଧ୍ୟକ୍ଷତାରେ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ର ମାନ୍ୟବର ବିଧାୟକ ଶ୍ରୀ ଅମରେନ୍ଦ୍ର ଦାସ ,ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ପରିବେଶବିତ ତଥା ବୈଜ୍ଞାନିକ ଏବଂ କାର୍ଯ୍ୟକାରୀ ସଭାପତି ଓଡ଼ିଶା ପରିବେଶ ସମିତି, ଭୁବନେଶ୍ୱର ଡ଼ ଜୟକୃଷ୍ଣ ପାଣିଗ୍ରାହୀ , ସମ୍ମାନନୀୟ ଅତିଥି ଭାବେ ଜଗତସିଂହପୁର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପରେଶ ଚନ୍ଦ୍ର ପାତ୍ର ମଧ୍ୟ ପରିବେଶ ସୁରକ୍ଷା ଦିଗରେ ଗୁରୁତ୍ଵ ଦେଇଥିଲେ ।

ଜଗତସିଂହପୁର ଏକ ଉପକୂଳବର୍ତ୍ତୀ ଜିଲ୍ଲା ହୋଇଥିବାରୁ ପ୍ରାକୃତିକ ଦୁର୍ବିପାକ ରୁ ରକ୍ଷା ପାଇବା ପାଇଁ ଜନସାଧାରଣଙ୍କ ମଧ୍ୟରେ ଉପଯୁକ୍ତ ସଚେତନତା ଆବଶ୍ୟକ ରହିଛି। ଏହି କାର୍ଯ୍ୟକ୍ରମରେ ୭ ଜଣ ପ୍ରକୃତି ମିତ୍ର ଓ ୮ ଜଣ ପ୍ରକୃତି ବନ୍ଧୁ ପୁରସ୍କାର ରେ ସମ୍ମାନିତ ହୋଇଥିଲେ। ବିଭିନ୍ନ ବ୍ଲକ୍ ରୁ ଶତାଧିକ ପରିବେଶ ସଚେତନ ନାଗରିକ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଜିଲ୍ଲା ବିଜ୍ଞାନ ପରିଦର୍ଶକ ଶ୍ରୀ ଜୀବନ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ
