• Thu. Oct 30th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

Bymamatanews

Apr 7, 2025
Spread the love

ଅନୁଗୋଳ (୭/୦୪/୨୦୨୫) : ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ୨୭ଟି ବ୍ୟକ୍ତି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଊପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, କିଶୋରନଗର ତହସିଲଦାର ଶ୍ରୀ ବିକ୍ରମ ନାୟକ, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁବ୍ରତ କୁମାର ବେହେରା, ଜିଲ୍ଲା ଶ୍ରମ ଅଧିକାରିଣୀ (କଲ୍ୟାଣ) ଶ୍ରୀମତୀ ଲିରିକା ରାୟ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜି ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କାର୍ଯ୍ୟକ୍ରମରେ ୪୦ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ରେଡକ୍ରସ ପାଣ୍ଠିରୁ ମୋଟ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଶିବିରକୁ ଆସିଥ‌ିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ ,ବ୍ୟକ୍ତିଗତ ଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *