• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

୧୮ତମ ପ୍ରବାସୀ ଭାରତୀୟ ଦିବସ

Bymamatanews

Jan 8, 2025
Spread the love

ଭୁବନେଶ୍ବର : ଆଜି ଠାରୁ ତିନିଦିନ ଯାଏ ଓଡ଼ିଶାରେ ଏକାଠି ହେବେ ପ୍ରବାସୀ ଭାରତୀୟ । ଅନୁଭବ ଏବଂ ଅନୁଭୂତିର କଥା କହିବେ । ଏହି ୩ଦିନିଆ ସମ୍ମିଳନୀରେ ୫ଟି ସ୍ୱତନ୍ତ୍ର ବିଷୟକୁ ନେଇ ପୂର୍ଣ୍ଣାଙ୍ଗ ଅଧିବେଶନ ଅନୁଷ୍ଠିତ ହେବ । ଆଜି ପ୍ରବାସୀ ଭାରତୀୟ ଦିବସର ପ୍ରଥମ ଦିବସରେ ଯୁବ ପ୍ରବାସୀ ଭାରତୀୟ ଦିବସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏବଂ କେନ୍ଦ୍ର ଯୁବ ଓ କ୍ରୀଡ଼ାମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟ ଶୁଭାରମ୍ଭ କରିବେ । ଦିନ ୯.୩୦ରୁ ୧୦.୩୦ ମଧ୍ୟରେ ଉଦ୍‌ଘାଟନ ପରେ ଆରମ୍ଭ ହେବ ପୂର୍ଣ୍ଣାଙ୍ଗ ଅଧିବେଶନ । ପ୍ରଥମ ଦିନ ‘ବିଶ୍ୱରେ ପ୍ରବାସୀ ଯୁବ ନେତୃତ୍ୱ’ ଶୀର୍ଷକ ଆଲୋଚନା ଅନୁଷ୍ଠିତ ହେବ । ୧୦.୩୦ରୁ ୧୨ଟା ପର୍ଯ୍ୟନ୍ତ ପୂର୍ଣ୍ଣାଙ୍ଗ ଅଧିବେଶନ, ୧୨ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ, ୨ଟାରୁ ୩.୩୦ ଏବଂ ୩.୪୫ରୁ ୫.୧୫ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଦ୍ବାରା ଅଧିବେଶନ ଆୟୋଜନ ହେବାକୁ ଥିବା ବେଳେ ସନ୍ଧ୍ୟା ୭ଟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ।

ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍‌ କାର୍ଲ କାଙ୍ଗାଲୁ । ମୁଖ୍ୟ ଅତିଥିଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟାଦଶ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ । ପୂର୍ବାହ୍ନ ୧୦ରୁ ୧୧.୩୦ ଯାଏଁ ଉଦ୍‌ଘାଟନ କାର୍ଯ୍ୟକ୍ରମ ଚାଲିବ । ଅପରାହ୍ନ ୨.୩୦ରୁ ୪ଟା ଓ ୪.୧୫ରୁ ୫.୪୫ ପର୍ଯ୍ୟନ୍ତ ପୂର୍ଣ୍ଣାଙ୍ଗ ଅଧିବେଶନ ଅନୁଷ୍ଠିତ ହେବ । ସନ୍ଧ୍ୟା ୭ଟାରୁ ୮ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ।

୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉଦ୍‌ଯାପନୀ ଉତ୍ସବରେ ପ୍ରବାସୀ ଭାରତୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯିବ । ଚଳିତ ଥର ୨୭ ଜଣ ବିଭୂତିଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ସକାଳ ୯.୩୦ରୁ ୧୧ଟା ଓ ୧୧.୧୫ରୁ ୧୨.୪୫ ପର୍ଯ୍ୟନ୍ତ ପୂର୍ଣ୍ଣାଙ୍ଗ ଅଧିବେଶନ ଅନୁଷ୍ଠିତ ହେବ । ଅପରାହ୍ଣ ୩ଟାରୁ ୪.୪୦ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଓ ସମ୍ମାନ ସମାରୋହ ଅନୁଷ୍ଠିତ ହେବ ବୋଲି କାର୍ଯ୍ୟସୂଚୀ ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *