• Tue. Feb 24th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଜନସାଧାରଣ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

Bymamatanews

Dec 8, 2025
Spread the love

ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା। ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଳ ରିଲିଫ ପାଣ୍ଠିରୁ ୩୭ହଜାର ୫୦୦ ଟଙ୍କା ଓ ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥ‌ିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *