• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

Bymamatanews

Jan 9, 2025
Spread the love

୭୬ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ପୂର୍ବ ବର୍ଷର ପ୍ରସ୍ତୁତି ବୈଠକର ବିବରଣୀ ପାଠ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାମଧୁନ ଗାନ କରାଯାଇ ସହର ପରିକ୍ରମା କରାଯିବ । ଏହାଛଡା ବିଭିନ୍ନ ଅନୁଷ୍ଠାନରେ ସକାଳ ୭.୩୦ ଘଟିକା ସମୟରେ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ବାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ନିର୍ଦ୍ଧାରିତ ସମୟ ସକାଳ ୯.୧୫ ମିନିଟ୍ ସମୟରେ ପି ଟି ସି ପଡିଆ ଠାରେ ଠାରେ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରିକୃତ ମୁଖ୍ୟ ଅତିଥି ଆନୁଷ୍ଠାନିକ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ କ୍ୟାଡେଟମାନଙ୍କ ଠାରୁ ଅଭିବାଦନ ଗ୍ରହଣ କରିବେ । ଆନୁଷ୍ଠାନିକ ପରେଡ ମାର୍ଚ୍ଚ ପାଷ୍ଟ ପରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନକ ଦ୍ବାରା ପଡିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

Leave a Reply

Your email address will not be published. Required fields are marked *