ଅନୁଗୋଳ(୦୯/୦୨/୨୬) : ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପବିତ୍ର ମୋହନ ସଭାଗୃହ କଣିହାଁ ( ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଆଇଏଏସ ପ୍ରୋବେସନର କସ୍ତୁରୀ ସା, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧ୍ବକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୋକାରୀ ଶ୍ରୀ ଶ୍ରୀନିବାସ ସାହୁ, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ, ମୁଖ୍ୟ ଜିଲ୍ଲା କୃଷି ଅଧୁକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କାଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧୋକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
