
ଅନୁଗୋଳ ରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସ୍ଥାନୀୟ ବିଜୁ ମଇଦାନ ଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଆଜିର ଏହି ଉଦଘାଟନ ସମାରୋହରେ ମୁଖ୍ୟ ଅତିଥି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଯୋଗଦାନ କରି ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା କୁ ଶୁଭ ଉଦଘାଟନ କରିଥିଲେ।

ଏହି ମେଳାରେ ଉଦ୍ୟାନ ବିଭାଗ, ମୃତ୍ତିକା ସଂରକ୍ଷଣ ବିଭାଗ, ପଶୁ ସମ୍ପଦ, ମତ୍ସ୍ୟ ବିଭାଗ, ମିଶନ ଶକ୍ତି, କୃଷି ବିଭାଗ, ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଓ ଜିଲ୍ଲା ଶିଳ୍ପ କେନ୍ଦ୍ରର ବିଭିନ୍ନ ଷ୍ଟଲ୍ ଖୋଲାଯାଇ ଚାଷୀଙ୍କୁ ସଚେତନତା କରଯାଇଛି।ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି ମୁଖ୍ୟ ବକ୍ତା ଭାବେ ଉପସ୍ଥିତ ଥିଲେ। ଅନୁଗୋଳ ବିଧାୟକ ପ୍ରତାପ ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।
