• Tue. Feb 24th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

କାର ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତ୍ତର

Bymamatanews

Jul 10, 2025
Spread the love

କାର ସହିତ ବାଇକ୍ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣଙ୍କର ଡାହାଣ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ମିଳିଥିବା ଖବର ଅନୁସାରେ ଅନୁଗୋଳ ସଦର ଥାନା ଅନ୍ତର୍ଗତ କାଙ୍ଗୁଲା ଗ୍ରାମର ବିଶ୍ଵନାଥ ମହାରଣାଙ୍କ ପୁଅ ବିଜୟ ମହାରଣା (୨୨) ବାଇକରେ ଘରକୁ ଯାଉଥିବା ବେଳେ ବିଶ୍ଵାଳ ସାହି ନିକଟରେ ଗୋଟିଏ ବିପରୀତ ଦିଗରୁ ଆସୁଥିବା ଏକ କାର ସହିତ ଦୁର୍ଘଟଣା ହୋଇଥିଲା। ଯାହା ଫଳରେ ବିଜୟଙ୍କ ବାଇକ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ତାଙ୍କର ଡାହାଣ ଗୋଡ ମଧ୍ୟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସା ହେଉଛନ୍ତି।

Leave a Reply

Your email address will not be published. Required fields are marked *