• Tue. Feb 24th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀଙ୍କ ଦିନିକିଆ ଅନୁଗୋଳ ଗସ୍ତ ଏବଂ ସ୍ଵତନ୍ତ୍ର ସମୀକ୍ଷା ବୈଠକ

Bymamatanews

Feb 12, 2026
Spread the love

ଅନୁଗୋଳ (୧୨/୦୨/୨୦୨୬) : ମାନ୍ୟବର ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ଦିନିକିଆ ଅନୁଗୋଳ ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ପାନୀୟ ଜଳ ସମସ୍ୟାକୁ ସର୍ବାଗ୍ରେ ପ୍ରାଧାନ୍ୟ ଦେଇ ଏହାର ସ୍ଥାୟୀ ସମାଧାନ ନିମନ୍ତେ ତ୍ୱରିତ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନଳକୂପ ସମ୍ବନ୍ଧୀୟ ସମସ୍ୟା ସବୁକୁ ଯଥାଶୀଘ୍ର ସମାଧାନ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ।

ସେହିପରି ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ନୂତନ ଭାବେ ଆବେଦନ କରିଥିବା ହିତାଧିକାରୀମାନଙ୍କର ଯୋଗ୍ୟତା ସଠିକ ଭାବରେ ଯାଞ୍ଚ କରିବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ କହିଥିଲେ। ସେହିପରି ବିକଶିତ ଗାଁ ଓ ବିକଶିତ ଓଡିଶା ଯୋଜନାରେ ଅନୁମୋଦିତ ସମସ୍ତ ପ୍ରକଳ୍ପଗୁଡ଼ିକୁ ଶୀଘ୍ର ସମାପ୍ତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଭିବି-ଜି-ରାମ-ଜି (VB-GRAM-G) ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ। ଏହି ସମୀକ୍ଷା ବୈଠକରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡ଼ନାୟକ, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଶ୍ରୀ ଯଯାତି କେଶରୀ ପଟ୍ଟନାୟକ ଏବଂ ମାନ୍ୟବର ପାଳଲହଡ଼ା ବିଧାୟକଙ୍କ ପ୍ରତିନିଧି ଶ୍ରୀ ଦିଲେଶ୍ୱର ପ୍ରଧାନ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତଙ୍କ ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *