• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ

Bymamatanews

Jan 13, 2025
Spread the love

ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ,ବିଜ୍ଞାନ ଓ ବୈଷୟିକ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଥିଲେ।
ଜଗତସିଂହପୁର ଜିଲ୍ଲାରେ ଅଦିନିଆ ବର୍ଷାରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଛି। ଏଥିପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି।ଏହି ବୈଠକରେ ଶିଳ୍ପ, ଦକ୍ଷତା ବିକାଶ, ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ | ବାଲିକୁଦା – ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା | ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ | ଜିଲ୍ଲାପାଳ ଜେ ସୋନାଲ ଜିଲ୍ଲାରେ ଖୋଲା ଯାଇଥିବା ମଣ୍ଡି ସମ୍ପର୍କରେ ବିଷଦ ବିବରଣୀ ପ୍ରଦାନ କରିବା ସହ ଅଦିନିଆ ବର୍ଷାର କ୍ଷୟକ୍ଷତି ସମ୍ପର୍କରେ ମଧ୍ୟ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ | ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ ଉପସ୍ଥିତ ଥିଲେ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *