• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ନଭେମ୍ବର ୨୦ ତାରିଖରୁ ଧାନକିଣା ଆରମ୍ଭ

Bymamatanews

Nov 14, 2024
Spread the love

ଡିସେମ୍ବର ୭ରେ ୨୩୦୦ ଟଙ୍କା ଓ ୮ରେ ବ୍ୟାଙ୍କ ଖାତାରେ ୮୦୦ ପ୍ରଦାନ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳ ମାନଙ୍କ ସହିତ ଆଲୋଚନା କରିଛନ୍ତି। ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି।

ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ। ନଭେମ୍ବର ୨୦ ତାରିଖରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।

ଡିସେମ୍ବର ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟସ୍ତରୀୟ କୃଷକ ସମାବେଶରେ ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ଧାନ କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *