
ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ନିଯୁକ୍ତି ମେଳାରେ ୩୭୬ ଜଣ ନିଯୁକ୍ତି ପାଇଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗର ୮୫ ଜଣ ହୋମିଓପାଥିକ ଚିକିତ୍ସକ ଓ ୨୩୯ ଜଣ ରେଡିଓଗ୍ରାଫର ଥିବା ବେଳେ ଉଚ୍ଚ ଶିକ୍ଷା ବିଭାଗର ୫୨ ଜଣ ଅଧ୍ୟାପକ ଅଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବ ନିଯୁକ୍ତ ଡାକ୍ତର, ଅଧ୍ୟାପକ ଓ ରେଡିଓଗ୍ରାଫର ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ନେଇ କାମ କରିବାକୁ ପରାମର୍ଶ ଦେଇଛନ୍ତି।
