
ଅନୁଗୋଳ : ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମୁଦାୟ ୩୧ଟି ଜନଶୁଣାଣି ଶିବିରରେ ସମୁଦାୟ ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧ୍ବକାରୀ ଶ୍ରୀ ଦେବଦତ୍ତ ମହନ୍ତ, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଉପ-ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍,ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡାଃ ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
