ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ ହେବ, ସେଥିପାଇଁ ପ୍ରତ୍ୟେକ ମନ୍ତ୍ରୀ ଗୋଟିଏ ବା ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ଷୁଦ୍ର ଚାଷୀମାନେ ସେମାନେ ଯେପରି ବିନା କୌଣସି ଅସୁବିଧାରେ ସେମାନଙ୍କ ଧାନ ବିକ୍ରି କରିପାରିବେ ତାହା ସୁନିଶ୍ଚିତ କରିବା ଦାୟିତ୍ୱ ଜିଲ୍ଲାପାଳମାନଙ୍କର। ଧାନ ସଂଗ୍ରହରେ କ୍ଷୁଦ୍ର ଚାଷୀମାନଙ୍କୁ ପ୍ରାଥମିକତା ଦେବା ପାଇଁ ସେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।
