• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ବଅଁରପାଳ ଡିଗ୍ରୀ ମହାବିଦ୍ୟାଳୟ, ଶିକ୍ଷା ବିଭାଗ ତରଫରୁ ଆଲୋଚନାଚକ୍ର

Bymamatanews

Dec 18, 2024
Spread the love

ଅନୁଗୋଳ ଜିଲ୍ଲା ବଅଁରପାଳ ସ୍ଥିତ ପାଞ୍ଚଗଡ଼ ସୋମନାଥ ସିଂହ ଜଗଦ୍ଦେବ ଡିଗ୍ରୀ ମହାବିଦ୍ୟାଳୟର ଶିକ୍ଷା ବିଭାଗ ତରଫରୁ ଅନୁଗୋଳର ନାରୀଶିକ୍ଷା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ପ୍ରମୋଦ ଚନ୍ଦ୍ର ବେହେରା ସଭାପତିତ୍ବ କରିଥିବା ବେଳେ ବିଭାଗ ମୁଖ୍ୟା ସ୍ମିତା ବେହେରା ଆଲୋଚନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

ବାପୁଜୀ କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପିକା ସବିତାଞ୍ଜଳି ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଗୋଳର ନାରୀ ଶିକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ସର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ନାରୀ ଶିକ୍ଷା ତଥା ନାରୀ ବିକାଶର ତଥ୍ୟ ଗର୍ଭକ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସମ୍ମାନିତ ଅତିଥି ଭାବେ ଇତିହାସ ବିଭାଗର ଅଧ୍ୟାପକ ପର୍ଥାବୀର ନାୟକ ନିଜର ସୁଚିନ୍ତିତ ମତାମତ ରଖିଥିଲେ। ଓଡ଼ିଆ ବିଭାଗର ଅଧ୍ୟାପକ ମନୋଜ କୁମାର ବେହେରା ମଞ୍ଚ ପରିଚାଳନା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏଥିରେ ୧୦ ଜଣ ଛାତ୍ରୀ ନିଜର ସ୍ବରଚିତ ପ୍ରବନ୍ଧ ଉପସ୍ଥାପନ କରିଥିଲେ ।

Leave a Reply

Your email address will not be published. Required fields are marked *