ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ରାଜ ହୋଟେଲ ଛକ ନିକଟରେ ଏକ ଟ୍ରକ୍ ଧକ୍କା ରେ ଜଣେ ବାଇକ୍ ଆରୋହି ଗୁରୁତର ଅବସ୍ଥାରେ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ବାରସିଙ୍ଗା ଗ୍ରାମର କୃଷ୍ଣଚନ୍ଦ୍ର ଭୂତିଆ ବୋଲି ଜଣାପଡିଛି। ତାଙ୍କୁ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ଅନୁଗୋଳ ଦମକଳ ବାହିନୀ ଉଦ୍ଧାର କରି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ସେହିପରି ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ଜଣକୁ ଅନୁଗୋଳ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ ଦେବଗଡ଼ ଜିଲ୍ଲା କଣ୍ଡେଇଗୋଳା ଥାନା ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମର ଚୁଡ଼ାମଣି ସାହୁ (୪୨) କୈାଣସି କାମରେ କୁଣ୍ଡେଇଗୋଳା ଆସୁଥିବା ବେଳେ କୁଣ୍ଡେଇଗୋଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖ ରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାଫଳରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଦେବଗଡ଼ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ଓ ଚୁଡ଼ାମଣି ଙ୍କୁ ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଏଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

