• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

Bymamatanews

Mar 19, 2025
Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ, ସମୁଦାୟ ୫ଟି ବିଭାଗର ୮୧୨ ଜଣ ନବନିଯୁକ୍ତ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନବନିଯୁକ୍ତଙ୍କୁ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା ଓ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକାଶ କରିଛନ୍ତି।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି, ବିକାଶ ଧାରାକୁ କ୍ରିୟାଶୀଳ ଏବଂ ଫଳପ୍ରସୁ କରିବା ଦିଗରେ ଦକ୍ଷ ଓ ଉତ୍ତମ ମାନବ ସମ୍ବଳ ଅପରିହାର୍ଯ୍ୟ। ଦକ୍ଷ ମାନବ ସମ୍ବଳ ମାଧ୍ୟମରେ ସରକାରୀ ବ୍ୟବସ୍ଥା ସକ୍ରିୟ ଓ ସଜାଗ ରହେ ଏବଂ ଜନସାଧାରଣଙ୍କୁ ସଠିକ୍ ସମୟରେ ଆବଶ୍ୟକ ସେବା ଯୋଗାଇ ଦିଆଯାଏ। ଏହି ମୌଳିକ ସତ୍ୟକୁ ଉପଲବ୍ଧି କରି ଆମ ସରକାର ଦାୟିତ୍ଵ ନେବା ପରେ ପରେ ଦୀର୍ଘ ବର୍ଷ ଧରି ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ପଦବୀ ଗୁଡ଼ିକରେ ଉପଯୁକ୍ତ ମାନବ ସମ୍ବଳ ନିଯୁକ୍ତି ଆରମ୍ଭ କରିଛନ୍ତି। ରାଜ୍ୟର ବିକାଶ ଦିଗରେ ଆମ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଆପଣମାନଙ୍କ ପରି ଯୁବ ଏବଂ ଦକ୍ଷ ଅଧିକାରୀ ଓ କର୍ମଚାରୀଙ୍କ କଠିନ ପରିଶ୍ରମ ଏବଂ ନିଷ୍ଠା ଦ୍ଵାରା ହିଁ ଲୋକମାନେ ଏହି ପଦକ୍ଷେପ ଗୁଡିକର ସୁଫଳ ପାଇବାକୁ ସକ୍ଷମ ହେବେ।

Leave a Reply

Your email address will not be published. Required fields are marked *