ଅନୁଗୋଳ : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା । ୪ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
