• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ ।

Bymamatanews

Sep 24, 2024
Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଥିଲେ। ଆଜି ଠାରୁ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି।

ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିଜେ ମୁଖ୍ୟମନ୍ତ୍ରୀ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରି ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୧ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୧୦୦୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ସମସ୍ତ ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଥିଲେ।

ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଭିନ୍ନକ୍ଷମ, ରୋଗୀ ଓ ବରିଷ୍ଠ ନାଗରିକମାନଙ୍କ ପ୍ରତି ଅଭିଯୋଗ ପ୍ରକୋଷ୍ଠରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଥିଲା।

Leave a Reply

Your email address will not be published. Required fields are marked *