ଜଗତସିଂହପୁର(୨୪/୧୧/୨୦୨୪) : ଜଗତସିଂହପୁର ଜିଲ୍ଲାରେ ଚଳିତ ବର୍ଷ ନିମନ୍ତେ ଜିଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ଜେ ସୋନାଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ମାନ୍ୟବର ମନ୍ତ୍ରୀ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପଦ ଚନ୍ଦ୍ର ସ୍ୱାଇଁ | ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା , ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ ପାରାଦ୍ଵୀପ, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଉପଜିଲ୍ଲାପାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଜିଲ୍ଲା ଯୋଗାଣ ଅଧିକାରୀ ସୁଜାତା ମିଶ୍ର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ |
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ
