• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଆଶା ଦିଦିଙ୍କ ମାନବିକତାକୁ ଦେଖି ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Bymamatanews

Oct 25, 2024
Spread the love

କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ସମୟରେ ବୟସ୍କା ମହିଳାଙ୍କୁ ଦେଢ କିଲୋମିଟର ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣିଥିଲେ। ଲୋକଙ୍କ ଜୀବନ ରକ୍ଷା ପାଇଁ ସ୍ଥାନାନ୍ତରଣ ସମୟରେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଉଦାହରଣୀୟ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍ ଯୋଗେ ତାଙ୍କ ସହ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି। #OdishaBravesDana

ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ।ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଛନ୍ତି ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ।#OdishaBravesDana

ମୁଖ୍ୟମନ୍ତ୍ରୀ ଏହି ସମୟରେ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଛନ୍ତି। ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି

Leave a Reply

Your email address will not be published. Required fields are marked *