• Tue. Feb 24th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଅନୁଗୋଳରେ ସମ୍ବିଧାନ ଦିବସ ପାଳନ ।

Bymamatanews

Nov 26, 2025
Spread the love

ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ପୂର୍ବାହ୍ନରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ବିଧାନ ପ୍ରଣେତା ଡ.ବାବା ସାହେବ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହ ସମ୍ବିଧାନ ପ୍ରସ୍ତାବନା ପାଠ କରିଥିଲେ। ନଭେମ୍ବର ୨୬ ତାରିଖରେ ସମ୍ବିଧାନ ସଭା ଦ୍ବାରା ଆମର ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟୀ କଲେକ୍ଟର ଶ୍ରୀ ଜୟକୃଷ୍ଣ ପାତ୍ର, ଡେପୁଟୀ କଲେକ୍ଟର ଶ୍ରୀମତୀ ମଧୁସ୍ମିତା ବିଶି, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ପ୍ରତାପ ହରି ପ୍ରଧାନଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀ ମାନେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶ୍ରୀ ଜୟଜିତ ଧଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *