(୨୭/୧୨/୨୦୨୪) ଅନୁଗୁଳ :ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଙ୍କର ୯୨ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ୨୦୦୪ ରୁ ୨୦୧୪ପର୍ଯ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ। ତାଙ୍କର ଦେହାନ୍ତରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେହିପରି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଏନଏସଆସି ଡାଇରେକ୍ଟର କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି |
ପ୍ରାକ୍ତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ସମେତ ଅନୁଗୁଳ ଜିଲ୍ଲା ବିଜେପିର ଶୋକ
