• Mon. Jun 1st, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ

Bymamatanews

May 29, 2026
Spread the love

ଏପ୍ରିଲ ମାସରେ ୪୭୮ ଜଣଙ୍କର ଲାଇସେନ୍ସ ନିଲମ୍ବନ

ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏମ ଅବଦାଲ ଅଖତାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ବୈଠକର ପ୍ରାରମ୍ଭରେ ଜିଲ୍ଲା ରାଜପଥ ଟାସ୍କ ଫୋର୍ସ ଗଠନ ଏବଂ ଏହାର କାର୍ଯକାରିତା ଉପରେ ଦୃଷ୍ଟିପାତ କରାଯାଇଥିଲା ।

ତତ୍ପଶ୍ଚାତ୍ ଅପ୍ରେଲ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ୱାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା | ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ଅପ୍ରେଲ ମାସରେ ଜିଲ୍ଲାରେ ମୋଟ ୨୮ଟି ଦୁର୍ଘଟଣା ଘଟିଥିବାବେଳେ ୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୧୪ଜଣ ଆହତ ହୋଇଛନ୍ତି | ମାର୍ଚ୍ଚ ମାସର ମୋଟ ଦୁର୍ଘଟଣା ତୁଳନାରେ ଅପ୍ରେଲ ମାସରେ ଦୁର୍ଘଟଣା ହାର ହ୍ରାସ ପାଇଛି । ଗତ ମାସରେ ପରିବହନ ବିଭାଗ ଦ୍ୱାରା ହୋଇଥିବା ଯାଞ୍ଚ ସମୟରେ ବିନା ହେଲମେଟରେ ଗାଡି ଚାଲଣ ଯୋଗୁଁ ୧୧୨୪ ଜଣ, ଦ୍ରୁତ ଗାଡି ଚାଳନ କରିବା ଯୋଗୁଁ ୧୪୦୧ ଜଣ , ମଦ୍ୟପାନ କରି ଗାଡି ଚାଳନା ନିମନ୍ତେ ୨୬ ଜଣ, ଅତ୍ୟଧିକ ମାଲ ପରିବହନ ନିମନ୍ତେ ୬୫ ଜଣଙ୍କଠାରୁ ଜୋରିମାନା ଆଦାୟ କରାଯାଇଥିବାବେଳେ , ୪୭୮ ଜଣଙ୍କର ଲାଇସେନ୍ସ ନିଲମ୍ବନ କରାଯାଇଥିଲା । |

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର , ସହକାରୀ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ପ୍ରୀତିମୟ , ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସଂବିତ୍ କୁମାର, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଖିଳ କୁମାର ପଟ୍ଟନାୟକ, ତାଳଚେର ମୋଟରଯାନ ନିରୀକ୍ଷକ ଶ୍ରୀ ତପନ କୁମାର ବେଟୀ , ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ |

Leave a Reply

Your email address will not be published. Required fields are marked *

error: Content is protected !!