ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ ମହମ୍ମଦ ଅଖତରଙ୍କ ଅଧ୍ଯକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଏକ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡାଃ ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।
