• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ଗାନ୍ଧି ଜୟନ୍ତୀ ପାଳିତ

Bymamatanews

Oct 3, 2024
Spread the love

ସତ୍ୟ ଓ ଅହିଂସାର ପୂଜାରୀ ଜାତିର ଜନକ ମହାତ୍ମାଗାନ୍ଧିଙ୍କ ୧୫୫ ତମ ଜୟନ୍ତୀ ଓ ଶାଷିର ଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ୧୨୦ ତମ ଜନ୍ମ ଜୟନ୍ତୀ ଆଜି ପୂର୍ବାହ୍ନରେ ସ୍ଥାନୀୟ ଗାନ୍ଧି ପାର୍କ ଠାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁଗୋଳର ମାନ୍ୟବର ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତ‌ଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜନ ପ୍ରତିନିଧି, ଜିଲ୍ଲା ସ୍ତରୀୟ ଅଧିକାରୀ, ବୁଦ୍ଧିଜିବୀ ଓ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଜାତିର ଜନକ ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତୀ ଓ ଶାନ୍ତର ଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କର ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ଅବସରପ୍ରାପ୍ତ ସଭାପତି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ, ଡ. ଧରଣୀଧର ନାଥ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ମହାତ୍ମାଗାନ୍ଧୀଙ୍କ ଅହିଂସା ନୀତି ଆଦର୍ଶର ବିଭିନ୍ନ ଦିଗ ପ୍ରତି ଆଲୋକପାତ କରିଥିଲେ । ସେ ଗାନ୍ଧୀଙ୍କ ଜୀବନର ବିଭିନ୍ନ ସଂଗ୍ରାମ ଓ ସଫଳତା ଉପରେ ମଧ୍ୟ ସେ କହିଥିଲେ । ଆୟୋଜିତ ସର୍ବଧର୍ମ ପ୍ରାର୍ଥନା ସଭାରେ ଡଃ. କୁଳମଣୀ ନାୟକ ଅବସରପ୍ରାପ୍ତ ଅଧ୍ୟକ୍ଷ ଓ ବାଜିରାଊତ ଛାତ୍ରାବାସର ଛାତ୍ରୀମାନେ ଗୀତା ପାଠ କରିଥିବା ବେଳେ ରେଭରେଣ୍ଟ ଯୋଶିୟ କାଊରୀ ବାଇବେଲ ପାଠ କରିଥିଲେ । ମୌଲାନା ମହମ୍ମଦ ଲିୟାକତ କୋରାନ ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସ୍ବେଛାସେବୀ, ବୁଦ୍ଧିଜିବୀ, ଗାନ୍ଧୀପ୍ରେମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *