• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି

Bymamatanews

Oct 22, 2024
Spread the love

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (Special CL) ସହିତ ପାଇ ପାରିବେ।

ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

Leave a Reply

Your email address will not be published. Required fields are marked *