• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍ଘାଟନ

Bymamatanews

Nov 10, 2024
Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌ଘାଟନ କରିଛନ୍ତି।ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ ଭାରତର ମିଲେଟ ହବରେ ପରିଣତ କରାଯିବ। ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

ବର୍ତ୍ତମାନ ଆମ ସରକାର ଶ୍ରୀଅନ୍ନର ଅଧିକ ଉତ୍ପାଦନ ପାଇଁ ଚାଷୀମାନଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେଉଛନ୍ତି। ଆମକୁ ଏହାକୁ ଲୋକଙ୍କ ଦୈନନ୍ଦିନ ଖାଦ୍ୟ ଶୃଙ୍ଖଳାରେ ଅନ୍ତର୍ଭୁକ୍ତ କରିବାକୁ ପଡିବ। ମାଣ୍ଡିଆକୁ ସ୍ୱାଦିଷ୍ଟ କରିବା ପାଇଁ ନୂଆ ନୂଆ ପ୍ରକାର ବ୍ୟଞ୍ଜନ ଓ ନୂଆ ପ୍ରକାର ବ୍ୟଞ୍ଜନ ଶୈଳୀକୁ ଘରେ ଘରେ ପହଞ୍ଚାଇବା ପାଇଁ ଫୁଡ୍ ବ୍ଲଗରମାନଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି।

କାର୍ଯ୍ୟକ୍ରମରେ ବିସ୍ମୃତ ଖାଦ୍ୟର ପୁନରୁଦ୍ଧାର ସମ୍ପର୍କିତ ପୁସ୍ତକ ଉନ୍ମୋଚିତ ହେବା ସହ ମିଲେଟ ଉତ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ଅର୍ଜନ କରିଥିବା କୋରାପୁଟ, ସୁନ୍ଦରଗଡ ଏବଂ ରାୟଗଡ଼ର ଜିଲ୍ଲାପାଳଙ୍କୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଏହି ଅବସର ରେ ବିଲୁପ୍ତ ପ୍ରାୟ ଖାଦ୍ୟ ଶସ୍ୟ ଓ ବିଭିନ୍ନ ପ୍ରକାର ପୁଷ୍ଟି ଶସ୍ୟ ଉପରେ ଆୟୋଜିତ ଏକ ପ୍ରଦର୍ଶନୀ ଉଦ୍ଘାଟନ କରିଥିଲେ।

Leave a Reply

Your email address will not be published. Required fields are marked *