
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ସମେତ ବିଜେପି ର ଶୋକ
ଅନୁଗୁଳ (୧୮/୧୧/୨୦୨୪) :ବିଜେପି ର ବରିଷ୍ଠ ନେତା କଟକ ର 3 ଥର ବିଧାୟକ (୧୯୯୫,୨୦୦୦,୨୦୦୪)ପୂର୍ବତନ ନଗର ଉର୍ନ୍ନୟନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସମୀର ଦେ ଙ୍କର ଚିକିତ୍ସା ଧୀନ ଅବସ୍ଥାରେ ଅକାଳ ବିୟୋଗ ଘଟିଛି | ତାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକବ୍ୟକ୍ତ କରିଛନ୍ତି |ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ। ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକବାର୍ତ୍ତା ରେ ପ୍ରକାଶ କରିଛନ୍ତି | ସେହିଭଳି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଶୋକ ପ୍ରକଟ କରିଛନ୍ତି | ସମୀର ଭାଇଙ୍କ ସହ ୧୯୭୬ମସିହାରୁ ମୋର ସମ୍ପର୍କ ଥିଲା, ଦଳ ପାଇଁ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବିଜେପି ଜଣେ ଭଲ ନେତା ହରାଇଲା ବୋଲି ସେ କହିଛନ୍ତି |ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଦିଲେଶ୍ଵର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଏନ ଏସ ଆଇ ସି ଡାଇରେକ୍ଟର କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ ପ୍ରାକ୍ତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି |
