• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

୨୪ତମ ସର୍ବଭାରତୀୟ ପୁଲିସ ଜଳକ୍ରୀଡ଼ା ଚାମ୍ପିୟନଶିପ୍ ୨୦୨୪-୨୫ରେ ଓଡ଼ିଶା ପୋଲିସକୁ ସଫଳତା ହାସଲ

Bymamatanews

Feb 21, 2025
Spread the love

ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ୨୪ତମ ସର୍ବଭାରତୀୟ ପୁଲିସ ଜଳକ୍ରୀଡ଼ା ଚାମ୍ପିୟନଶିପ୍ ୨୦୨୪-୨୫ରେ ଓଡ଼ିଶା ପୋଲିସକୁ ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀମାନେ ଅଭୁତପୂର୍ବ ସଫଳତା ହାସଲ କରିଛନ୍ତି। ଓଡ଼ିଶା ପୁଲିସ ୱାଟରସ୍ପୋର୍ଟସ ଦଳ ବିଭିନ୍ନ ପ୍ରତିଯୋଗିତାରେ ୫ ସ୍ୱର୍ଣ୍ଣ ପଦକ, ୧ ରୌପ୍ୟ ପଦକ, ୪ କାଂସ୍ୟ ପଦକ ଜିତି ବିରଳ ସଫଳତା ହାସଲ କରିଛନ୍ତି। ରାଜ୍ୟ ପୋଲିସର କ୍ରୀଡ଼ାବିତଙ୍କ ଏହି ବିରଳ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ପଦକ ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଖେଳାଳିଙ୍କ ଅସାଧାରଣ ପ୍ରତିବଦ୍ଧତା ଏବଂ କ୍ରୀଡ଼ା ଉତ୍କର୍ଷତା ପ୍ରତି ସେମାନଙ୍କ ଅବଦାନ ପାଇଁ ଭୁରି ଭୁରି ପ୍ରଶଂସା କରିଛନ୍ତି । ଏହି ବିଜୟ ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ ଜଳକ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

Leave a Reply

Your email address will not be published. Required fields are marked *