• Wed. Feb 25th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

୭୦ ବର୍ଷରୁ ଅଧିକ ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନା

Bymamatanews

Mar 14, 2025
Spread the love

ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନା ସହ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଊର୍ଦ୍ଧ୍ଵ ପରିବାର ଉପକୃତ ହେବେ।
ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ।

Leave a Reply

Your email address will not be published. Required fields are marked *