
ଅନୁଗୋଳ.(୧୭/୦୩/୨୦୨୫) :- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର
ଶୁଣାଣି ହୋଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୋଳ ଉପଜିଲ୍ଲାପାଳ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଉପ- ନିର୍ଦେଶକ ଊଦ୍ୟାନ ଅମର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
