ଗ୍ରୀଷ୍ମପ୍ରବାହ ସମୟରେ ରାଜ୍ୟର ହିତାଧିକାରୀମାନଙ୍କୁ ରାସନ ସାମଗ୍ରୀ ବଣ୍ଟନ ବ୍ୟବସ୍ଥା ସୁଗମ ହେବ। ସକାଳ ୭ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ୫ ଘଟିକାରୁ ୮ ଘଟିକା ମଧ୍ୟରେ ରାସନ ବଣ୍ଟନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି। ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଛି। ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକ ମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
