• Thu. Oct 30th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଅନୁଗୋଳର ବିଜୁ ମଇଦାନ ଠାରେ ଅନ୍ତୋଦୟ ଗୃହ ଯୋଜନା ଶୁଭାରମ୍ଭ

Bymamatanews

Mar 31, 2025
Spread the love

ଅନୁଗୋଳ(୩୧/୦୩/୨୦୨୫) : ଆଜି କଳାହାଣ୍ଡିର ଭବାନିପାଟଣା ଠାରେ ଅନ୍ତୋଦୟ ଗୃହ ଯୋଜନା ମାନ୍ୟବର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି । ଏହି ପରିପ୍ରେକ୍ଷୀରେ ଅନୁଗୋଳ ଜିଲ୍ଲାର ସମସ୍ତ ୮ଟି ବ୍ଳକ୍‌ରେ ଏହି ଯୋଜନା ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଛି । ଅନୁଗୋଳର ବିଜୁ ମଇଦାନ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ । ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ଜିଲ୍ଲାପାଳ ଶ୍ରୀ ଶ୍ରୀ ଅବଦୁଲ୍ ମୁହମ୍ମଦ୍ ଅଖତର,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରାଜଶ୍ରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ଏହି ଅବସରରେ ଆଜି ଅନୁଗୋଳ ବ୍ଳକର ୩୪ଟି ପଞ୍ଚାୟତରୁ ମୋଟ ୪୨୪ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ସୂଚନାଯୋଗ୍ୟ, ଏହି ଯୋଜନା ଅନ୍ତର୍ଗତ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ୪ ଯୋଜନାର ସମନ୍ବୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ । ସ୍ୱଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ବଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ବଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ୍ ସଂଯୋଗ ଆଦି ଯୋଗାଇ ଦିଆଯିବ । ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ କୋହଳ କରାଯାଇଛି । ଆଜ୍‌ବେଷ୍ଟସ୍, ଟିଣ ଓ ଟାଇଲ୍ ଛାତ ଘରକୁ କଚା ଘର ରୂପେ ବିବେଚନା କରାଯାଇଛି । କେବଳ ସିମେଣ୍ଟ ଯୋଡାଇ କାନ୍ଥ ସହିତ ହିତ ଆର ଆର ସି ଛାତକୁ ଛାତ ପକ୍କା ଘରର ମାନ୍ୟତା ପ୍ରଦାନ କରାଯାଇଛି । ଆଭାସି ମାଧ୍ୟମରେ ଜିଲ୍ଲାର ସମସ୍ତ ୮ଟି ବ୍ଲକ୍ ସିଧାସଳଖ ମାନ୍ୟ ମୁଖ୍ୟମନ୍ତ୍ରୀଙ୍କ ସଭାସ୍ଥଳ ଯୋଡି ହୋଇଥିଲେ । ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତକୁ ମଧ୍ୟ ଉପସ୍ଥିତ ଜନସାଧାରଣ ଶୁଣିଥିଲେ ।

Leave a Reply

Your email address will not be published. Required fields are marked *