ଅନୁଗୋଳ:ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ରାଜ୍ୟସରକାରଙ୍କ ଏକ ବର୍ଷ ପୂର୍ତ୍ତୀ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅକତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୁର୍ତ୍ତୀ ପାଳନ କାର୍ଯ୍ୟକାରୀ ବିଭିନ୍ନ ଫଳପ୍ରସ୍ଥ ପଦକ୍ଷେପ ଏବଂ ପ୍ରଣୀତ ବିବିଧ ଯୋଜନାଗୁଡିକର ଉଦ୍ଦେଶ୍ୟ ଓ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯିବ । ବହୁବିଧ କଲ୍ୟାଣକାରୀ ଦିଗ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଜିଲ୍ଲାରେ ସାଧାରଣ ସଭା, ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପ୍ରଦର୍ଶନୀ (ବିକାଶ ମେଳା), ଗୋଷ୍ଠୀଗତ ଆଲୋଚନା ଚକ୍ର ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଇଏ ଏସ୍ ପ୍ରୋବେସନର କସ୍ତୁରୀ ସି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଓରମାସର ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧ୍ବକାରୀ ଶ୍ରୀ ସୌରଭମୟ ଦାସ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦୁଃଶାସନ ନାଏକଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
