• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

Bymamatanews

Jun 9, 2025
Spread the love

ଅନୁଗୋଳ:ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତର ଅଧ୍ୟକ୍ଷତାରେ ପାଳଲହଡା ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୯୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ଓ ୨୩ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୬ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପାଳଲହଡା ଊପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ପାଳଲହଡା ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ନିଶାନ ମିଶ୍ର, ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଊଦଗାତା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *