
ଅନୁଗୋଳ,ତା.୨୩.୦୬:- ଆଜି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୭୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧକ୍ଷକ ଶ୍ରୀ ରାଜିବ ଲୋଚନ ପଣ୍ଡା, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଉମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମ୍ବର ଲୁଗୁନ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡାଃ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
