• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

Bymamatanews

Sep 9, 2025
Spread the love

ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲା ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଛି । ଏହି କାର୍ଯ୍ୟକ୍ରମରେ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ଗୋଟିଏ ଅଭିଯୋଗର ତୁର ରନ୍ତ ଫଇସଲା କରାଯାଇଥିଲା ।

୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଓ ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିବାବେଳେ ବଅଁରପାଳ ବ୍ଳକ ଅନ୍ତର୍ଗତ ସିମିଳିଛୁଇଁ ଗ୍ରାମର ଶ୍ରୀ ଗିରିଶ ଚନ୍ଦ୍ର ଦାସଙ୍କୁ ଟ୍ରାଇ ସାଇକେଲ ପ୍ରଦାନ ନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧୋକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥ‌ିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *