ଅନୁଗୋଳ : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ରୁ ୩୩ଟି ବ୍ୟକ୍ତିଗତ ଓ ୧ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ଘର ତୁରନ୍ତ ଫଇସଲା କରାଯାଇଥିଲା ।

୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୨ ହଜାର ୫୦୦ ଓ ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
