
ଅନୁଗୋଳ (୦୩.୧୨. ୨୦୨୫)- ଆଜି ପୂର୍ବାହ୍ନରେ ଅନୁଗୋଳ ଜିଲ୍ଲା ପ୍ରଶାସନ ଦ୍ବାରା ସଭାଘର ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଭିନ୍ନକ୍ଷମମାନଙ୍କୁ ନେଇ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା । ଏହି ପଦଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଏବଂ ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହାପରେ ଆୟୋଜିତ ସାଧାରଣ ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ମୁଖ୍ୟ ଅତିଥୁ ଭାବେ ଯୋଗ ଦେଇ ଭିନ୍ନକ୍ଷମମାନଙ୍କ ନିମନ୍ତେ ଥିବା ବିଭିନ୍ନ ସରକାରୀ ଯୋଜନାଗୁଡିକ କିପରି ସେମାନଙ୍କ ପାଖରେ ପହଞ୍ଚିପାରିବ ସେ ସମ୍ପର୍କରେ ଆଲୋକପାତ କରିଥ୍ ଲେ । ସରକାରୀ ଆଇନ୍ଜୀବୀ ଶ୍ରୀ ପରମାନନ୍ଦ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଦିବ୍ୟାଙ୍ଗମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ନିମନ୍ତେ ଆହ୍ବାନ ଦେଇଥିଲେ ।

ବିଭିନ୍ନ ବିଦ୍ୟାଳୟରୁ ଯୋଗ ଦେଇଥିବା ଭିନ୍ନକ୍ଷମ ଏବଂ ସାଧାରଣ ଛାତ୍ର ଛାତ୍ରୀମାନଙ୍କୁ ନେଇ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥୁ ପୁରସ୍କୃତ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଭିନ୍ନକ୍ଷମମାନଙ୍କ ଦ୍ବାରା ସଙ୍ଗୀତ ଓ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ. ବିଶ୍ବ ବିହାରି ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ୍ ଧଳ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀ ଶଙ୍କର ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ଛାତ୍ର ଛାତ୍ରୀ ଓ ଗଣମାଧ୍ୟମର ପ୍ରତିନିଧୂ ପ୍ରମୁଖ ଉପସ୍ଥିତ ଥିଲେ ।
