• Wed. Feb 25th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Bymamatanews

Dec 15, 2025
Spread the love

ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା । ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୦ ହଜାର ଟଙ୍କା ଓ ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୦ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *