• Wed. Apr 15th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ପାଣି ପଞ୍ଚାୟତ ପକ୍ଷ ଉପଲକ୍ଷେ ସଚେତନତା ରଥ ।

Bymamatanews

Jan 7, 2026
Spread the love

ଅନୁଗୋଳ : ଜଳର ସୁପରିଚାଳନା ଓ ସୁବିନିଯୋଗ ପାଇଁ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଊଛି । ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ପରିସରରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଚଳିତ ମାସ ଜିଲ୍ଲାର ସମସ୍ତ ବ୍ଲକ୍ ମୁଖ୍ୟାଳୟ ସହିତ ଅନ୍ୟାନ୍ୟ ଜଳସେଚନ ବିଭାଜନ ଭ୍ରମଣ କରି ଜନସାଧାରଣଙ୍କୁ ସଚେତନ କରାଇବ । ଏହି କାର୍ଯ୍ୟକ୍ରମରେ ଅନୁଗୋଳ ଜଳ ସେଚନ ବିଭାଗର କର୍ମଚାରୀ, ପାଣି ପଞ୍ଚାୟତର ସଦସ୍ୟ, ଉଠାଜଳସେଚନ ବିଭାଜନର ନିର୍ବାହୀଯନ୍ତ୍ରୀ, କ୍ଷୁଦ୍ର ଜଳ ସେଚନ ବିଭାଜନର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *