• Mon. Jun 1st, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

Bymamatanews

May 18, 2026
Spread the love


ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧୋକାରୀମାନେ ଯୋଗ ଦେଇ ଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ

Leave a Reply

Your email address will not be published. Required fields are marked *

error: Content is protected !!